28.1 C
Bhubaneswar
Wednesday, February 4, 2026
Homeଓଡିଶାପଦ ଛାଡିଲେ ଦେବାଶିଷ ସାମନ୍ତରାୟ  

ପଦ ଛାଡିଲେ ଦେବାଶିଷ ସାମନ୍ତରାୟ  

ଭୁବନେଶ୍ୱର: ବିଜେଡିର ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର ସିଟିଜେନ ସେଲ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ।  ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇ ପଦ ଛାଡିଛନ୍ତି । ପୂର୍ବରୁ ଅନେକ ସମୟରେ ଦେବାଶିଷ ସାମନ୍ତରାୟ  ନିଜର ଅସନ୍ତୋଷ ମଧ୍ୟ ପରିପ୍ରକାଶ କରିଥିଲେ । ସୂଚନାଯୋଗ୍ୟ, କିଛି ଦିନ ତଳେ ଯେତେବେଳେ  ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ବିଦା କରିଥିଲ‌ା ବିଜେଡି ସେତେବେଳେ ଏହାକୁ କଡ଼ା ଭାଷାରେ ନିନ୍ଦା କରିଥିଲେ ଦେବାଶିଷ ସାମନ୍ତରାୟ। ସେ କେବଳ ଶ୍ରୀମୟୀ ମିଶ୍ରଙ୍କୁ ସମର୍ଥନ କରିଥିଲେ, ତାହା ନୁହେଁ, ବରଂ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ନିଲମ୍ବିତ କରାଯିବା ଠିକ୍ ହୋଇନାହିଁ ବୋଲି କହିଥିଲେ। ନବୀନ ପଟ୍ଟନାୟକ ବି ହାରିଛନ୍ତି ବୋଲି କହିଥିଲେ। ଏପରିକି ଯେଉଁ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦସ୍ତଖତରେ ନିଲମ୍ବନ ଆଦେଶ ହୋଇଥିଲା, ତାଙ୍କୁ ବି ଛାଡ଼ି ନଥିଲେ ଦେବାଶିଷ ସାମନ୍ତରାୟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking