ଭୁବନେଶ୍ୱର: ପୁଣି ପଦାରେ ପଡିଲା ବିଜେଡିର ବଡ ଅନ୍ତଃକନ୍ଦଳ । ବରିଷ୍ଠ ଉପସଭାପତି ପଦ ଗ୍ରହଣ ପାଇଁ ମନା କଲେ ଦେବାଶିଷ ସାମନ୍ତରାୟ । ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦ ନେବାକୁ ମନା କଲେ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଚିଠି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଲେଖିଲେ । ଚିଠିରେ ଲେଖି ଜଣାଇଛନ୍ତି ଯେ ଆମ ପାର୍ଟି ବର୍ତ୍ତମାନ ନୂଆ ଆଇଡୋଲୋଜିରେ ଅଗ୍ରସର ହେଉଛି । କଣ ପାଇଁ ଗତ ନିର୍ବାଚନରେ ଦଳ ହାରିଲା ସ୍ୱୀକାର କି ପ୍ରକାଶ କରାଗଲାନି । ମାତ୍ର ସବୁ କର୍ମୀଙ୍କ ପାଟିରେ ପରାଜୟ କାରଣ ପରିପ୍ରକାଶ ହେଉଛି । କେହି କୁହନ୍ତୁ ବା ନ କୁହନ୍ତୁ ୨୦୨୪ ପରାଜୟ କାରଣ ସମସ୍ତେ ଜାଣନ୍ତି । ବର୍ତ୍ତମାନର ସ୍ଥିତିରେ ଆପଣ ନିଜେ ବ୍ୟକ୍ତିଗତ ଭାବେ ହସ୍ତେକ୍ଷପ କରନ୍ତୁ । ମୁଁ ବିଜେଡିର ଜଣେ ସାଧାରଣ କର୍ମୀ ଭାବେ କାମ କରି ଚାଲିବି ।










