17.1 C
Bhubaneswar
Friday, February 6, 2026
Homeଓଡିଶାଶୀତକାଳିନ ବିଧାନସଭା ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ

ଶୀତକାଳିନ ବିଧାନସଭା ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳିନ ଅଧିବେଶନ । ଏହି ଅଧିବେଶନଆସନ୍ତା କାଲିରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା କାଲି ପ୍ରଥମ ଦିବସରେ ପ୍ରଥମ ଥର ପାଇଁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌାପଦୀ ମୁର୍ମୁ ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିବେ । ଏହା ନିଶ୍ଚିତ ଭାବେ ଆମ ସମସ୍ତଙ୍କ ପାଇଁ ଐତିହାସିକ ମୁହୁର୍ତ । ମହାମହିମ ରାଷ୍ଟ୍ରପତି ମହୋଦୟା ଏହି ବିଧାନସଭାରେ ସଦସ୍ୟା ଓ ମନ୍ତ୍ରୀ ମଧ୍ୟ ଥିଲେ । ଏହି ଅବସରରେ ରାଷ୍ଟ୍ରପତି ମହୋଦୟା ତାଙ୍କ ସମୟରେ ଥିବା ପୂର୍ବତନ ବିଧାୟକ ଓ ବର୍ତମାନର ବିଧାୟକମାନଙ୍କ ସହ ସେ ଆଲୋଚନା କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ସୁଚନା ଦେଇଛନ୍ତି ।ଆଜି ସଂଧ୍ୟାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଏହି ବୈଠକରେ ଯୋଗ ଦେଇ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ସୁଚନା ଦେଇଛନ୍ତି ।ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ । ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରଶ୍ନର ଜବାବ୍ ଦେବାକୁ ଆମେ ପ୍ରସ୍ତୁତ । ଏଥି ସହ ୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ଧିକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking