27.1 C
Bhubaneswar
Tuesday, March 31, 2026
Homeଓଡିଶାବିଧାନସଭା ଶୀତ ଅଧିବେଶନ: ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ

ବିଧାନସଭା ଶୀତ ଅଧିବେଶନ: ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ। ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୂସୁଚିତ ଜାତି ଓ ଜନଜାତି, କ୍ରୀଡା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନକାଳ ଚାଲିଛି। ଏଥି ସହ ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।  ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇ ହଙ୍ଗାମା କରିପାରନ୍ତି ଉଭୟ ଶାସକ ଓ ବିରୋଧୀ ।  କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ । ତେଣୁ ଆଜି ଦ୍ବିତୀୟ ଦିନରେ ଗୃହ ସରଗରମ ରହିପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking