ଭୁବନେଶ୍ୱର: ୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ ଯାଏଁ ୨୭୦ ଗିରଫ ହୋଇଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି । ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି, ୧୮୭ ସରକାରୀ କର୍ମଚାରୀ । ଦଣ୍ଡିତ ପରେ ଚାକିରିରୁ ବରଖାସ୍ତ ହୋଇଛନ୍ତି ୩୪ ସରକାରୀ କର୍ମଚାରୀ । ୬୫ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ ହୋଇଛି । ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ ।ସ୍ୱାଭାବିକ ଭାବେ ଚାଲିଛି ବିଧାନସଭା ଶୀତକାଳୀନ ଅଧିବେଶନ । ଗୃହରେ ଅର୍ଥ , ଗୃହ , ସ୍ୱାସ୍ଥ୍ୟ , ପରିବାର କଲ୍ୟାଣ, ସାଧାରଣ ପ୍ରଶାସନ, ସାଧାରଣ ଅଭିଯୋଗ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ଆଲୋଚନା କରାଯାଉଛି । ବିଧାୟକମାନଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗୀୟ ମନ୍ତ୍ରୀ ।










