ରାଉରକେଲା: ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା । ଝୁଲନ୍ତା ଅବସ୍ଥାରେ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର କରାଯାଇଛି । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି ଚରମ ନିଷ୍ପତ୍ତି ନେଲେ ଅସ୍ପଷ୍ଟ ରହିଛି । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି ।










