ଭୁବନେଶ୍ୱର: ବିଧାନସଭାରେ ପୂର୍ବ ସରକାରକୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି । କହିଛନ୍ତି, ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା , ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ ସୁଦ୍ଧା ବିଜେଡି ୩ଟି ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ । ଆମେ ୧୭ ମାସରେ ୨୨ଟି ପ୍ରକଳ୍ପ ସମ୍ପୁର୍ଣ୍ଣ କରିଛୁ । ବିଜେଡି ୧୬ଟି ସିଭିଲ ପ୍ରୋଜେକ୍ଟ କରିଥିଲା, ଆମେ ୬୬ ଟି ସମ୍ପୁର୍ଣ୍ଣ କରିଛୁ । ୩୭୩୩ଟି ସୋଲାର ପ୍ରୋଜେକ୍ଟ ଶେଷ କଲେ, ଆମେ ୨୭୦୨୨ ପ୍ରୋଜେକ୍ଟ ସାରିଛୁ । ହର ଘର ଜଳ ଯୋଜନାରେ ୬୦୩୨ ପ୍ରୋଜେକ୍ଟ ସାରିଥିଲେ, ଆମେ ୪୭୯୧ କରିଛୁ । ୨୮, ୩୫୦ ନଳକୂପ ବିଜେଡି କରିଥିଲେ, ଆମେ ୨୨, ୯୬୪ଟି କରିଛୁ । ପିଏମ ଗତି ଶକ୍ତିରେ ବିଜେପି ୭୧ ହଜାର କିମି ପାଇପ ଲାଇନ ବିଛାଇଛି ।










