ଭୁବନେଶ୍ୱର: ରାଜ୍ୟରେ ଗଡୁଛି ୨ ଲକ୍ଷ ୧୯ ହଜାର ୬୭୭ଟି ଇଭି ଗାଡି । ସରକାରୀ ବିଭାଗ ଓ ସଂସ୍ଥାରେ ଏବେ ସୁଦ୍ଧା ୬୮୦ଟି ଇଭି ଗାଡି କିଣା ଯାଇଛି । ୩୪୦ କୋଟିରୁ ଅଧିକ ଟଙ୍କାର ସବ୍ସିଡି ଦେଇଛନ୍ତି ସରକାର । ୩୪୦ କୋଟି ୯୫ ଲକ୍ଷ ୭୫ ହଜାର ୪୮୧ ଟଙ୍କାର ସବିସିଡି । ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ୧୨ଟି ଇଭି ଚାର୍ଜିଂ ଷ୍ଟେସନ ବସାଇଛନ୍ତି ସରକାର । ଏନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନାଥାଉକି, ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ସପ୍ତମ ଦିନ । ପ୍ରଶ୍ନକାଳ ଆରମ୍ଭରୁ ହିଁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ସରକାର ବିରୋଧୀ ନାରାବାଜି କରି ବିଶୃଙ୍ଖଳା ସୃଷ୍ଟି କରିଥିଲେ । ଫଳରେ ଗୃହ ସ୍ୱାଭାବିକ ଭାବେ ଚାଲିପାରିନଥିଲା । ଏନେଇ ବାଚସ୍ପତି ସୁରମା ପାଢୀ ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।










