17.1 C
Bhubaneswar
Wednesday, February 4, 2026
Homeଓଡିଶାଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଯାଜପୁର: ସ୍ଥାନୀୟ ମ୍ୟୁନିସିପାଲ ହାଇସ୍କୁଲଠାରେ ଜିଲ୍ଲାର ପ୍ରକଳ୍ପ କାର୍ଯ୍ୟାଳୟ ସମଗ୍ର ଶିକ୍ଷା ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଛି। ଯାଜପୁର ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମହେଶ୍ୱର ସାହୁଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ ମିଶ୍ର, ବ୍ଲକ ଶିକ୍ଷା ଅଧିକାରୀ ଦେବୀଲାଲ ମଲ୍ଲିକ ଯୋଗ ଦେଇଥିଲେ। ଜିଲ୍ଲାପାଳ ଶ୍ରୀ କର ନିଜ ବକ୍ତବ୍ୟରେ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ଏକ ସମାବେଶୀ ସଂସ୍କୃତି ବିକଶିତ କରିବା ଉପରେ ଗୁରୁତ୍ବ ଦେଇଥିଲେ ଏବଂ ବିଶେଷ କରି ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ସବୁ ଦିଗରୁ ସହଯୋଗ କରିବା ପାଇଁ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଅନ୍ୟତମ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ମିଶ୍ର ସମାଜର ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଭିନ୍ନକ୍ଷମ ବ୍ୟକ୍ତିତ୍ଵଙ୍କ ଉଦାହରଣ ଦେଇ ପିଲାମାନଙ୍କୁ ଉତ୍ସାହିତ କରିଥିଲେ। ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ୱାଇଁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ସମଗ୍ର ଶିକ୍ଷାର ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜିକା ଶ୍ରୀମତୀ ବନ୍ଦନା ଜେନା ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁରମା ମହାପାତ୍ର, ସବିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ଯୋଗ ଦେଇଥିଲେ। ଜିଲ୍ଲା ସ୍ତରରେ ସେହି ପିଲାମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତା କରାଯାଇଥିଲା ଏବଂ ମୁଖ୍ୟ ଅତିଥିଙ୍କ ଦ୍ଵାରା ସେମାନଙ୍କୁ ପୁରସ୍କାର ସ୍ୱରୂପ ପୁରସ୍କାର ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ମୁନିସିପାଲ ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ପରିଚାଳନା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking