ଭୁବନେଶ୍ୱର: ଆଜି ବିଧାନସଭା ଶୀତ ଅଧିବେଶନର ଅଷ୍ଟମ ଦିନ । ସ୍ୱାଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ । ଗୃହରେ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖୁଛନ୍ତି । ଗତକାଲି, ପ୍ରଶ୍ନକାଳ ଆରମ୍ଭରୁ ହିଁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ସରକାର ବିରୋଧୀ ନାରାବାଜି କରି ବିଶୃଙ୍ଖଳା ସୃଷ୍ଟି କରିଥିଲେ । ଫଳରେ ଗୃହ ସ୍ୱାଭାବିକ ଭାବେ ଚାଲିପାରିନଥିଲା । ଏନେଇ ବାଚସ୍ପତି ସୁରମା ପାଢୀ ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଥିଲେ । ତେବେ ଆଜି ଗୃହରେ ହଟ୍ଟଗୋଳ ହେବ କି ଗତକାଲି ଭଳି ପ୍ରଶ୍ନକାଳ ଧୋଇ ହୋଇଯିବ ତାହା ଉପରେ ସମସ୍ତଙ୍କ ନଜର ରହିଛି ।









