ଭୁବନେଶ୍ୱର: ଲୋୟର ପିଏମଜିରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି ରହିଛି । ତୃତୀୟ ଦିନରେ ଓଡିଶା ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନ ଜାରି ରହିଛି । ଆନ୍ଦୋଳନରେ ମହାସଂଘକୁ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଓଲ୍ଷ୍ଟା) ପକ୍ଷରୁ ସମର୍ଥନ ଜଣାଯାଇଛି। ସ୍ଥାୟୀ ଚିକିରି ସାଙ୍ଗକୁ ୪୨୦୦ ଗ୍ରେଡ୍ ପେ’ ଦାବିରେ ଆନ୍ଦୋଳନ କରୁଛନ୍ତି ଶିକ୍ଷକ । ଦାବି ପୂରଣ ନହେବା ପର୍ଯ୍ୟନ୍ତ ସ୍କୁଲ ଫେରିବେନି ବୋଲି ଚେତାବନୀ ଦେଇଛନ୍ତି । ରାଜ୍ୟର ବିଭିନ୍ନ ଜିଲାରୁ ହଜାର ହଜାର ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଶୀତକାକରରେ ଗାନ୍ଧୀମାର୍ଗରେ ଅହୋରାତ୍ର ଧାରଣାରେ ବସିଛନ୍ତି ।










