ଗୋଆ: ଗୋଆ ସିଲିଣ୍ଡର ବିସ୍ଫୋରଣ ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ। କ୍ଲବ ମାଲିକ, ପରିଚାଳକଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ଗୋଆର ଆରପୋରାରେ ଏକ ନାଇଟ୍ କ୍ଲବରେ ଘଟିଥିବା ଏହି ବିସ୍ଫୋରଣରେ ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଆହତମାନେ ଚିକିତ୍ସାଧୀନ ଅଛନ୍ତି ଏବଂ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗୋଆ ପୋଲିସର ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରେ ଚାରି ଜଣ ପର୍ଯ୍ୟଟକ ଏବଂ ୧୪ ଜଣ କ୍ଲବ କର୍ମଚାରୀ ଅଛନ୍ତି। ଅନ୍ୟ ସାତ ଜଣଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ କରିବା ପାଇଁ ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାର ତଦନ୍ତ କରୁଛନ୍ତି। ଏହି ଘଟଣା ନାଇଟ୍ ଲାଇଫ୍ ଏବଂ ପର୍ଯ୍ୟଟନସ୍ଥଳଗୁଡ଼ିକର ସୁରକ୍ଷା ଏବଂ ଅଗ୍ନି ନିରାପତ୍ତା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ତଦନ୍ତ ରିପୋର୍ଟ ଆସିବା ପର୍ଯ୍ୟନ୍ତ କ୍ଲବକୁ ସିଲ୍ କରାଯାଇଛି। କ୍ଲବ ମାଲିକ, ପରିଚାଳକଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ଏହି ବିସ୍ଫୋରଣ ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅନ୍ୟାନ୍ୟ ନେତାମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ସମୟରେ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଦୁର୍ଘଟଣାର ମାଜିଷ୍ଟ୍ରେଟ୍ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଗୋଆ ବିସ୍ଫୋରଣରେ ୨୫ ମୃତ : ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ










