ଜି. ଉଦୟଗିରି: କଳିଙ୍ଗ ଘାଟିରେ ଟ୍ରକ ଦୁର୍ଘଟଣା । ଏହି ଦୁର୍ଘଟଣା ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ସୂଚନା ଅନୁସାରେ, ଆଜି ଭୋର ସମୟରେ କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ଥାନା ସୀମା ଅନ୍ତର୍ଗତ କଳିଙ୍ଗ ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗାଡିଟି କନ୍ଧମାଳରୁ ଭଞ୍ଜନଗର ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଟିକାବାଲି ଏବଂ ଜି. ଉଦୟଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଦୁର୍ଘଟଣା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଛି। ପୋଲିସ ତଦନ୍ତ ଆରମ୍ଭ କରିଛି ।










