ଲକ୍ଷ୍ମୀପୁର: କୋରାପୁଟରେ ଭୟଙ୍କର ସଡକ ଦୁର୍ଘଟଣା। ବାଇକକୁ ଧକ୍କା ଦେଲା ଟ୍ରକ। ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଛି। ଲକ୍ଷ୍ମୀପୁର ବନ୍ଧୁଗାଁ କୁମ୍ଭାରପୁଟ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍କୁ ସାମ୍ନା ପଟୁ ଏକ ଟ୍ରକ୍ ଧକ୍କା ଦେଇଥିଲା। ଏଥିରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।










