28.1 C
Bhubaneswar
Tuesday, February 3, 2026
Homeଓଡିଶାଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଲାଭାଂଶ ପ୍ରଦାନ

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଆଜି ଓଡ଼ିଶା ରାଜ୍ୟ ସରକାରଙ୍କୁ ଲାଭାଂଶ (ଡିଭିଡେଣ୍ଡ୍) ଅର୍ଥ ପ୍ରଦାନ କରାଯାଇଛି । ମାନ୍ୟବର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କୁ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୮୧,୫୯,୮୪୫/- ଟଙ୍କା ଲାଭାଂଶ ପ୍ରଦାନ କରାଯାଇଛି । ସମବାୟ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ଏବଂ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ମାନ୍ୟବର ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଲାଭାଂଶ ରାଶି ପ୍ରଦାନ କରିଛନ୍ତି ।

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ନିଗମର ମୋଟ ଲାଭ ହେଉଛି ୫,୪୩,୯୮,୯୬୫/- ଟଙ୍କା । ଏହି ବର୍ଷ ପାଇଁ ମୋଟ ଲାଭର ୩୦% ହିସାବରେ ଡିଭିଡେଣ୍ଡ୍ ରାଶି ହେଉଛି ୧,୬୩,୧୯,୬୯୦/ ଟଙ୍କା । ଏହି ଡିଭିଡେଣ୍ଟ ରାଶି କୁ ଉଭୟ ଅଂଶୀଦାର ଯଥା ରାଜ୍ୟ ସରକାର ଏବଂ କେନ୍ଦ୍ରୀୟ ଭଣ୍ଡାରଣ ନିଗମଙ୍କୁ ସମ ପରିମାଣରେ ଅର୍ଥାତ ପ୍ରତିଟି ଅଂଶୀଦାରଙ୍କୁ ୮୧,୫୯,୮୪୫/- ଟଙ୍କା ପ୍ରଦାନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ, ସମବାୟ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ଉଷାରାଣୀ ଦାସ, ବ୍ୟକ୍ତିଗତ ସଚିବ ପୀତାମ୍ବର ସାମଲ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ପଣ୍ୟାଗାର ନିଗମର ସଚିବ ରଞ୍ଜିତା ସାହୁ, ବିତ୍ତ ପରାମର୍ଶଦାତା ସ୍ମିତାଞ୍ଜଳି ସ୍ୱାଇଁ, ମୁଖ୍ୟ ସାଧାରଣ ପରିଚାଳକ ତୃପ୍ତି କଲ୍ୟାଣ ସେଠୀ, ଯୁଗ୍ମ ସଚିବ ସଂଗ୍ରାମ ରାଉତ, ଜେଆରସିଏସ ଲିଙ୍ଗରାଜ ନାୟକ, ବରିଷ୍ଠ ଅଧୀକ୍ଷକ ପ୍ରଭାତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ, ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ୧୯୫୮ ମସିହାରେ ସ୍ଥାପିତ ହୋଇଥିଲା । ଏହାର ଷ୍ଟୋରେଜ୍ କ୍ଷମତା ହେଉଛି ୫,୨୧,୬୦୦ ମେଟ୍ରିକ ଟନ୍ । ରାଜ୍ୟର ୩୦ଟି ଜିଲ୍ଲାରେ ୬୮ଟି ଗୋଦାମ ରହିଛି । ଏହାର ଭଣ୍ଡାରଣ କ୍ଷମତାର ସୁବିନିଯୋଗ ଯୋଗୁଁ ନିଗମ କ୍ରମାଗତ ଭାବରେ ଲାଭାନ୍ଵିତ ହେଉଛି ଏବଂ ଏହାର ଦୁଇ ଅଂଶୀଦାର ଯଥା ରାଜ୍ୟ ସରକାର ଏବଂ କେନ୍ଦ୍ରୀୟ ଭଣ୍ଡାରଣ ନିଗମଙ୍କୁ ନିୟମିତ ଭାବରେ ଲାଭାଂଶ (ଡିଭିଡେଣ୍ଡ୍) ପ୍ରଦାନ କରୁଅଛି । ଉଲ୍ଲେଖଯୋଗ୍ୟ ଯେ, ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ନିଗମ ପକ୍ଷରୁ ଏହାର ଲାଭାଂଶ ବାବଦକୁ ପ୍ରତ୍ୟେକ ଅଂଶୀଦାରଙ୍କୁ ୩,୪୦,୬୪,୧୦୫/- ଟଙ୍କା ପ୍ରଦାନ କରାଯାଇଥିଲା । ସେହିପରି ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ନିଗମ ପକ୍ଷରୁ ଏହାର ଲାଭାଂଶ ବାବଦକୁ ପ୍ରତ୍ୟେକ ଅଂଶୀଦାରଙ୍କୁ ୪, ୩୬, ୩୧, ୨୫୧/- ଟଙ୍କା ପ୍ରଦାନ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking