ଭୁବନେଶ୍ୱର: ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ ନୁହେଁ ସମାଜର ବି ଦାୟିତ୍ୱ ଅଛି । ଝିଅମାନଙ୍କ ଉପରକୁ ଆସୁଥିବା ଅତ୍ୟାଚାର ରୋକିବାକୁ ପଡିବ । ଏବେ ସରକାରଙ୍କ ବଡ ଦାୟିତ୍ୱ ହେଉଛି ତ୍ୱରିତ ବେଗରେ ଆକ୍ସନ । ଆଇନ ତା ବାଟରେ ଯିବ, ଯାହା ଆବଶ୍ୟକ କରାଯିବ । ସୂଚନାଥାଉକି, ଗତକାଲି ଛାତ୍ରୀ ଜଣଙ୍କ ସ୍କୁଲକୁ ଯାଇଥିବା ବେଳେ ଅପରାହ୍ମ ୨ଟା ସମୟରେ ଆଉ ଘରକୁ ପେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ଝିଅକୁ ପାଇନଥିଲେ । ତେବେ ଛାତ୍ରୀଙ୍କ ମୃତଦେହ ଏକ ନିଛାଟିଆ ଜାଗାରେ ପଡିଥିବା ନେଇ ସ୍ଥାନୀୟ ଲୋକେ ଦେଖିଥିଲେ । ତାଙ୍କ ଝିଅକୁ କେହି ଜଣେ ଦୁଷ୍କର୍ମ କରି ହତ୍ୟା କରିଛନ୍ତି ବୋଲି ପରିବାର ଲୋକେ ପୋଲିସ ପାଖରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଜଗତସିଂହପୁରରୁ ଧରିଛି । ଏପଟେ ଝିଅକୁ ନ୍ୟାୟ ଦାବିରେ ଭଦ୍ରକର ୩ଟି ରାସ୍ତାରେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି ଗ୍ରାମବାସୀ ।










