ଭୁବନେଶ୍ୱର: କୋଟିଆକୁ ପ୍ରବେଶ କଲେ ବନ୍ଧା ହେବେ ଆନ୍ଧ୍ର ଅଧିକାରୀ । ଏପରି ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କୋଟିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ପରେ ଏପରି କହିଲେ ରାଜସ୍ୱ ମନ୍ତ୍ରୀ । ମନ୍ତ୍ରୀ ଆହୁରି କହିଛନ୍ତି ଯେ ଆନ୍ଧ୍ରର ଲୋକ କୋଟିଆକୁ ବୁଲିବାକୁ ଆସିପାରିବେ । କିନ୍ତୁ କୋଟିଆବାସୀଙ୍କୁ ପ୍ରଲୋଭିତ କଲେ କି ଲିଫ୍ଲେଟ ବାଣ୍ଟିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଓଡିଶା କୋଟିଆର ମାଆ, ଆନ୍ଧ୍ର ହେଉଛି ମାଉସୀ । ମାଆ ବଞ୍ଚିଥିବା ପର୍ଯ୍ୟନ୍ତ ମାଉସୀର ଆବଶ୍ୟକ ନାହିଁ । ଆମ ସରକାର ପାଇଁ ଭୁବନେଶ୍ୱର ଯେତିକି ଗୁରୁତ୍ୱପୂର୍ଣ୍ଣ କୋଟିଆ ସେତିକି । ବିକଶିତ କୋଟିଆ ନିର୍ମାଣ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି ।










