ଭୁବନେଶ୍ୱର: କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ । କରି କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଶୋକସନ୍ତପ୍ତ ପରିବାରକୁ ସାହସ ଓ ଶକ୍ତି ପ୍ରଦାନ କରନ୍ତୁ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ମଧ୍ୟ ଶୋକପ୍ରକାଶ କରିଛନ୍ତି । ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂ ଦେଓ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଆଜି ସକାଳେ ସଞ୍ଚିତା ଅସୁସ୍ଥତା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତର ଖାନାକୁ ନିଆଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି ।










