ଭୁବନେଶ୍ୱର: ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କେଲେ ସାଂସଦ ମୁନ୍ନା ଖାଁ । କହିଲେ ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ । ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ । ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡା ମାର । କିନ୍ତୁ ଆମ ନେତା ନବୀନ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢେଇଲେ । ମୁଁ ନବୀନଙ୍କୁ କହିସାରିଛି ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ । ଇଏ ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡିବୁନି, ମୁଁ କହିସାରିଛି କହିଛନ୍ତି ମୁନ୍ନା । ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବନି । କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବା ।ଆଜି ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସର ସଭାମଞ୍ଚରେ ଏଭଳି କିଛି କହି ଟାର୍ଗେଟ କରିଛନ୍ତି ।










