ହାଇଦ୍ରାବାଦ: ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍ ଦାଖଲ। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ଅଛି। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜସିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି। ଅଲ୍ଲୁ ଅର୍ଜୁନଙ୍କ ମ୍ୟାନେଜରଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍ ଦାଖଲ କରାଯାଇଛି। ସନ୍ଧ୍ୟା ଥିଏଟର ପରିଚାଳନା ସଂସ୍ଥାକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ତାଙ୍କ ବ୍ୟକ୍ତିଗତ କର୍ମଚାରୀ, ସୁରକ୍ଷା ଦଳ ଏବଂ ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥାର ପ୍ରତିନିଧିମାନଙ୍କୁ ମଧ୍ୟ ଅଭିଯୁକ୍ତ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ଡିସେମ୍ବର ୪, ୨୦୨୪ରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଫିଲ୍ମ ପୁଷ୍ପା – ୨ର ପ୍ରିମିୟର ସୋ’ ବେଳେ ଦଳାଚକଟା ହୋଇଥିଲା। ଜଣେ ମହିଳାଙ୍କ ମୃତ୍ୟୁ ସହ ତାଙ୍କ ନାବାଳକ ପୁଅ ଗୁରୁତର ଆହତ ହୋଇଥିଲେ।










