19.1 C
Bhubaneswar
Tuesday, December 30, 2025
Homeଓଡିଶାପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ଯାଞ୍ଚ ନିର୍ଦ୍ଦେଶ

ପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର: ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ । ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ମାର୍ଗଦର୍ଶିକାରେ ଗୁରୁତ୍ବ ଦିଆଯାଇଛି । ଜାରି ମାର୍ଗଦର୍ଶିକା ଅନୁସାରେ, ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ ହେବ । ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ। ଓଭରଲୋଡିଂ, ଅସୁରକ୍ଷିତ ପରିବହନ, ଯାନର ବେଆଇନ୍ ବ୍ୟବହାର କଲେ ଆକ୍ସନ ନିଆଯିବ । ପ୍ରମୁଖ ବଣଭୋଜି ସ୍ଥଳରେ ମୁତୟନ ହେବେ ସ୍ବତନ୍ତ୍ର ଏନ୍‌ଫୋର୍ସମେଣ୍ଟ ଟିମ୍ । ପିକନିକ୍‌ ସ୍ପଟ୍‌ର ପ୍ରବେଶ ଓ ପ୍ରସ୍ଥାନ ପଥରେ ଯାଞ୍ଚ କରାଯିବ । ପିକନିକ୍ ବାହାରୁଥିବା ଗାଡ଼ିଗୁଡ଼ିକ ଆରଟିଓଙ୍କ ଠାରୁ ପରମିଟ୍ ନେବା ଆବଶ୍ୟକ। ପିକନିକ୍ ଯାଉଥିବା ଗାଡ଼ିରେ ସମସ୍ତ ଡକ୍ୟୁମେଣ୍ଟ ରହିବା ଜରୁରୀ । କୁହୁଡ଼ିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସଚେତନତା ଗ୍ରହଣ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking