ଭୁବନେଶ୍ୱର: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ । ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ଅସନ୍ତୋଷ ଦେଖାଦେଇଛି । ଟେବୁଲ କ୍ୟାଲେଣ୍ଡର, ଫଟୋ କ୍ୟାଲେଣ୍ଡରରେ ରହିଛି ସମାନ ଚିତ୍ର । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା ଯାଇଛି । ପଟ୍ଟଚିତ୍ରରେ ଅଙ୍କା ଯାଇଥିବା ଚିତ୍ରକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବୁଦ୍ଧିଜୀବି । ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସମୟରେ ଫଟୋରେ ମଧ୍ୟ ତ୍ରୁଟି ରହିଛି । ପ୍ରଥମେ ଦେବୀ ସୁଭଦ୍ରା, ପରେ ଶ୍ରୀ ଜଗନ୍ନାଥ ଓ ଶେଷରେ ଶ୍ରୀବଳଭଦ୍ରଙ୍କ ରଥଟଣା ଚିତ୍ର କ୍ୟାଲେଣ୍ଡରରେ ରହିଛି ।










