ଭୁବନେଶ୍ୱର: ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍ସିର ପ୍ରସ୍ତୁତ ବୈଠକ ପରେ ମେୟର ସୁଲୋଚନା ଦାସଙ୍କ ପ୍ରତିକ୍ରିୟା । ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ । ସାଧୁସନ୍ଥଙ୍କ ପାଇଁ ରହିବା, ଖାଇବା ଓ ଶୌଚାଳୟ ବ୍ୟବସ୍ଥା ହେବ । ମୋଟ୍ ୭ଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିପାରିବେ ନାହିଁ । ଭୁବନେଶ୍ୱର ଉପକଣ୍ଠ ଖଣ୍ଡଗିରିଠାରେ ଜାନୁଆରୀ ୨୫ ତାରିଖରୁ ଫେବୃଆରୀ ୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଖଣ୍ଡିଗିରି ମାଘ ମେଳା ଯାତ୍ରା ।









