ଭୁବନେଶ୍ୱର: ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡିଆରେ ବଡ଼ ସମାରୋହ। ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, ପିସିସି ସଭାପତି ଭକ୍ତ ଦାସ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବୀରପ୍ପା ମୋଇଲି, ରାଜ୍ୟସଭା ସଦସ୍ୟ ରଣଦୀପ ସୁର୍ଜେୱାଲା, କୋରାପୁଟ ସାଂସଦ ସପ୍ତଗିରି ଉଳ୍ଲାକା, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ। ଆଜିଠୁ ଆସନ୍ତା ବର୍ଷ ଜାନୁଆୟୀ ୩ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବ ବିଭିନ୍ନ କାର୍ଯ୍ୟକ୍ରମ । ଓଡ଼ିଶାର ରାଜନୈତିକ, ସାମାଜିକ ଏବଂ ସାଂସ୍କୃତିକ ଇତିହାସରେ ଜାନକୀ ବଲ୍ଲଭଙ୍କ ସ୍ଥାନ ସ୍ୱତନ୍ତ୍ର ।









