26.1 C
Bhubaneswar
Wednesday, February 4, 2026
Homeଦେଶ ବିଦେଶମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ଓଡିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ସେ ଓଡିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି । ଲୋକଙ୍କ ସେବାରେ ତାଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି । ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ ଏକ୍ସରେ ଟ୍ୱିଟ କରି କହିଛନ୍ତି, ଆପଣଙ୍କ ନେତୃତ୍ୱ ଏବଂ ମାର୍ଗଦର୍ଶନ ଅଧିକ ଉତ୍ସର୍ଗୀକୃତ ଭାବରେ ଓଡିଶାବାସୀଙ୍କ ସେବା କରିବାର ମୋର ସଂକଳ୍ପକୁ ଆହୁରି ଦୃଢ କରିଚାଲିଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ରଗୃହମନ୍ତ୍ରୀ ଅମିତ ଶାହ , ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ , ଦିଲ୍ଲୀ ମୁଖ୍ୟମନ୍ତ୍ରୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking