ଭୁବନେଶ୍ୱର: ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇ କହିଛନ୍ତି ବିଦେଶାଗତ ପକ୍ଷୀ କେଉଁଠୁ ଆସୁଛନ୍ତି ଜାଣିବା ପାଇଁ ଚଳିତ ବର୍ଷ ଶୀତ ପରେ ଗ୍ରେଟର ଫ୍ଲେମିଙ୍ଗୋ ପକ୍ଷୀ କୁଆଡେ ଯାଉଛନ୍ତି ଜଣାପଡିବ । ୨୦୨୫ରେ ଏହି ପ୍ରଜାତିର ୨ଟି ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଯାଇଥିଲା । ଜଣାପଡିଲା ଯେ ଚିଲିକାରୁ ଏହି ପକ୍ଷୀ ଆନ୍ଧ୍ରର କୋଲେରୁ ହ୍ରଦକୁ ଯାଇଥାନ୍ତି ।









