27.1 C
Bhubaneswar
Monday, January 12, 2026
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

ନୂଆଦିଲ୍ଲୀ: କାର ଓ ଟ୍ୟାକ୍ସି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ନୂଆଦିଲ୍ଲୀର ଅଗଷ୍ଟକ୍ରାନ୍ତି ମାର୍ଗରେ ଏହି ଘଟଣା ଘଟିଛି । ପଞ୍ଚଶୀଳ ଫ୍ଲାଏ ଓଭରରୁ ଆଣ୍ଡରୁଜ ଗଞ୍ଜ ଅଭିମୁଖେ ଯାଉଥିବା ଏକ କାର ଟ୍ୟାକ୍ସିକୁ ଧକ୍କା ଦେଇଥିଲା । ଧକ୍କା ଏତେ ଜୋର ଦେଇଥିଲା ଯେ, ୩ ଯାତ୍ରୀ ସମେତ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ୩ ଜଣଙ୍କୁ ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଚିକିତ୍ସା ଚାଲିଛି ବୋଲି କହିଛନ୍ତି । ମୃତକଙ୍କ ପରିଚୟ ଏ ଯାଏଁ ସ୍ପଷ୍ଟ ହୋଇନାହିଁ । ମୃତଦେହଗୁଡିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି । ପୋଲିସ ଉକ୍ତ ଘଟଣାରେ ମାମଲା ରୁଜୁ କରି ଡ୍ରାଇଭରକୁ ଗିରଫ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking