25.1 C
Bhubaneswar
Monday, January 12, 2026
Homeଓଡିଶାରାଉରକେଲା ବିମାନ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ବୈଜୟନ୍ତ ପଣ୍ଡା

ରାଉରକେଲା ବିମାନ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ରାଉରକେଲା ବିମାନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ସେ କହିଛନ୍ତି ଯେ ସମସ୍ତ ଯାତ୍ରୀମାନେ ସୁରକ୍ଷିତ ରହିବା ଏକ ଆଶ୍ୱସ୍ତିର ବିଷୟ । ଆହତମାନଙ୍କର ଶୀଘ୍ର ସୁସ୍ଥତା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରୁଛି । ଅନ୍ୟପଟେ ଏହି ଦୁର୍ଘଟଣାରେ ସମସ୍ତ ୬ ଆହତ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଜେପି ହସ୍ପିଟାଲ୍ ଓ ଆରଜିଏଚ୍‌ରେ ଆହତଙ୍କୁ ଭର୍ତ୍ତି କରାଗଲା । ଦୁର୍ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କଲେ । ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ ନିର୍ଦ୍ଦେଶକ କହିଛନ୍ତି ଯେ ଏହା କ୍ରାସ୍ ଲ୍ୟାଣ୍ଡିଂ ନୁହେଁ ଫୋର୍ସ ଲ୍ୟାଣ୍ଡିଂ ଥିଲା । ଇଞ୍ଜିନ୍‌ରେ ତ୍ରୁଟି ଥାଇପାରେ, ଯେଉଁଥିପାଇଁ ଫୋର୍ସ ଲ୍ୟାଣ୍ଡିଂ ହୋଇଛି । ଅବତରଣ ୧୫ ମିନିଟ୍ ପୂର୍ବରୁ ଫୋର୍ସ ଲ୍ୟାଣ୍ଡିଂ ହୋଇଛି । ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ହୋଇଛି ଇଣ୍ଡିଆ – ୧ ବିମାନ । ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ରାଉରକେଲା ରଘୁନାଥପାଲି ଜଲଦା ଏ ବ୍ଲକରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପାଇଲଟ୍ ସହ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାର କାରଣ ଏ ଯାଏଁ ଜଣାପଡିନାହିଁ । କେଉଁ ପରିସ୍ଥିତିରେ କ୍ରାସ ଲ୍ୟାଣ୍ଡିଂ କଲା ସ୍ପଷ୍ଟ ହୋଇନାହିଁ । ଖବର ପାଇ ଦୁର୍ଘଟଣାସ୍ଥଳରେ ରଘୁନାଥ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ ଆହତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।

କ୍ରାସ୍ ନୁହେଁ, ଫୋର୍ସ ଲ୍ୟାଣ୍ଡିଂ: ନିର୍ଦ୍ଦେଶକ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking