28.1 C
Bhubaneswar
Wednesday, April 29, 2026
Homeଓଡିଶାଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ପିପିଲି: ପିପିଲି ଜଳସେଚନ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇ ଯାଇଛି। ନୂଆଶାସନ ପଞ୍ଚାୟତ ଶ୍ରୀକଣ୍ଠପୁର ଠାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ ଯୋଗ ଦେଇଥିଲେ। ବିଶେଷ ଚାଷୀମାନଙ୍କୁ କେନାଲ ପାଣି ଯୋଗାଇ ଦେବା ଏବଂ ଚାଷୀଙ୍କ ସମସ୍ୟା ପ୍ରତି ଗୁରୁତ୍ଵ ଦେବାକୁ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ବିଧାୟକ। ଅନ୍ୟତମ ଅତିଥି ଭାବେ ପୁରୀ ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ, ନିମାପଡ଼ାର ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଭୁବନେଶ୍ବର କାଡାର ନିର୍ବାହୀ ଯନ୍ତ୍ରୀଙ୍କ ସହିତ ପିପିଲି ଜଳସେଚନ ଉପଖଣ୍ଡ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଚିତ୍ରା ନନ୍ଦ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ପିପିଲି ଜଳସେଚନ ବିଭାଗର ଯନ୍ତ୍ରୀମାନଙ୍କ ସହ କର୍ମଚାରୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଭିନ୍ନ ବିଦ୍ୟାଳୟରେ ହୋଇଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ପୁରୀ ଜିଲ୍ଲାର ସମସ୍ତ ସବ ଡିଭିଜନ, ସେକ୍ସନ ଅଫିସର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଏବଂ ସମସ୍ତ କର୍ମଚାରୀମାନେ ଯୋଗ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking