ଭୁବନେଶ୍ୱର: ଓଡ଼ିଶାରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ଶିଳ୍ପା ସେଟ୍ଟୀ । ଅଭିନେତ୍ରୀଙ୍କ ସହ ମା ସୁନନ୍ଦା ସେଟ୍ଟୀ, ଭଉଣୀ ସମିତା ସେଟ୍ଟୀ ମଧ୍ୟ ପୁରୀ ଗସ୍ତରେ ଆସିଛନ୍ତି।ଗୁରୁବାର ଦିନ ବଲିଉଡ୍ ଡିଭା ଶିଳ୍ପା ସେଟ୍ଟୀ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏକ ଜାତୀୟ ଗଣମାଧ୍ୟମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ଶିଳ୍ପା ସେଟ୍ଟୀ । ତେବେ ଓଡ଼ିଶାରେ ପହଞ୍ଚିବା ପରେ ଶିଳ୍ପା ସେଟ୍ଟୀ ପ୍ରଥମେ ପୁରୀ ଗସ୍ତରେ ଯାଇଛନ୍ତି । ମା ସୁନନ୍ଦା ସେଟ୍ଟୀ, ଭଉଣୀ ସମିତା ସେଟ୍ଟୀଙ୍କ ସହିତ ବଡ଼ଦେଉଳ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହି ଅବସରେ ଶିଳ୍ପା ସେଟ୍ଟୀଙ୍କୁ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଛି ।










