19.1 C
Bhubaneswar
Tuesday, January 20, 2026
Homeଓଡିଶାମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି ପି ରାଧାକ୍ରିଷ୍ଣନ ଆଗାମୀ ଜାନୁଆରୀ ୨୩ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l ସେଦିନ ମାନ୍ୟବର ଉପରାଷ୍ଟ୍ରପତି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ବା ପରାକ୍ରମ ଦିବସ ଉପଲକ୍ଷେ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ l ଏହି ଅବସରରେ ମାନ୍ୟବର ଉପ ରାଷ୍ଟ୍ରପତି ନିକଟସ୍ଥ ଜିଲ୍ଲା ସଂସ୍କୃତି ଭବନ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି l ମାନ୍ୟବର ଉପ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୂଚାରୁରୂପେ ପରିଚାଳନା କରିବା ପାଇଁ ଆଜି ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଲୋକ ସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଉପ ରାଷ୍ଟ୍ରପତି ସେଦିନ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆ ଦିଲ୍ଲୀ ରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୮. ୫୦ ରେ ପହଁଚିବାର କାର୍ଯ୍ୟକ୍ରମ ରହିଛି l ଏହା ପରେ ସେ ସଡ଼କ ପଥରେ କଟକ ଯାତ୍ରା କରି ୯. ୩୫ ସୁଦ୍ଧା ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳ ୟରେ ପହଁଚି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଭୁବନେଶ୍ୱର ପ୍ରତ୍ୟା ବର୍ତ୍ତନ କରି ଲୋକ ଭବନରେ ମଧ୍ୟାନ୍ନ ଭୋଜନ କରିବେ l ଅପରାହ୍ଣ ୨ଟା ସୁଦ୍ଧା ମାନ୍ୟବର ଉପରାଷ୍ଟପତି ଭୁବନେଶ୍ୱର ବିମାନ ବନ୍ଦରରୁ କୋଲକାତା ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ, ଖଣି ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଶ୍ରୀ ହେମନ୍ତ ଶର୍ମା, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚି ବ ଶ୍ରୀ ସଞ୍ଜୟ କୁମାର ସିଂ ଙ୍କ ସମେତ ଅନ୍ୟ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ପଦାଧିକାରୀ ଯୋଗ ଦେଇଥିଲେ l ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆ, ପୁଲିସ କମିଶନର ଶ୍ରୀ ଏସ ଦେବଦତ୍ତ ସିଂ, ଜିଲ୍ଲାପାଳ, କଟକ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking