ପୁରୀ: ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାୟୀ ଆଜି ରାତି ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ। ଆଉ ଆସନ୍ତାକାଲି ଅବକାଶ ନୀତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ପଦ୍ମବେଶକୁ ଭକ୍ତମାନେ ନିଜ ଦେଖିବାର ସୁଯୋଗ ପାଇପାରିବେ ।










