19.1 C
Bhubaneswar
Thursday, January 22, 2026
Homeଓଡିଶାରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି; ରାଜ୍ୟରେ ବ୍ୟାନ୍ ହେଲା ଗୁଟଖା, ପାନ ମସଲା

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି; ରାଜ୍ୟରେ ବ୍ୟାନ୍ ହେଲା ଗୁଟଖା, ପାନ ମସଲା

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରିଛନ୍ତି। ଏହି ନିଷେଧାଜ୍ଞା ଖାଦ୍ୟ ସୁରକ୍ଷା ଓ ମାନକ ଆଇନ–୨୦୦୬ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ (ବିକ୍ରୟ ଉପରେ ପ୍ରତିବନ୍ଧ ଓ ନିୟନ୍ତ୍ରଣ) ବିଧି–୨୦୧୧ ର ଧାରା ୨.୩.୪ ଅନୁଯାୟୀ ଜାରି କରାଯାଇଛି। ମାନ୍ୟବର ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ ଓ ଖାଦ୍ୟ ସୁରକ୍ଷା ଓ ମାନକ କର୍ତ୍ତୃପକ୍ଷ (FSSAI)ଙ୍କ ଗାଇଡଲାଇନ୍ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତମ୍ବାକୁ ଓ ନିକୋଟିନ୍ ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳ, ଅନ୍ତର୍ନିହିତ ଅଙ୍ଗର କ୍ୟାନ୍ସର ସହିତ ଗୁରୁତର ରୋଗ ସୃଷ୍ଟି କରୁଥିବାରୁ ବିଶେଷକରି ଶିଶୁ ଓ ଯୁବପିଢ଼ିଙ୍କ ସ୍ୱାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ ଅଟେ । ତେଣୁ ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ଏହି ନିଷେଧ ଲାଗୁ କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ନୋଟିଫିକେସନ ନମ୍ବର ୨୦୬୫ , ତାରିଖ ୨୧/୦୧/୨୦୨୬ ଅନୁସାରେ ଏହି ନିଷେଧାଦେଶ ଲାଗୁ କରାଯାଇଛି । ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସ୍ୱସ୍ଥ ଓ ତମାକୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ୱାନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking