30.1 C
Bhubaneswar
Tuesday, February 3, 2026
Homeଓଡିଶାରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ: ଭକ୍ତ

ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ: ଭକ୍ତ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ପିସିସି ସଭାପତି ଭକ୍ତ ଚରଣ ଦାସଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ହାର୍ ଜିତ୍‌କୁ ଭୟ ନାହିଁ, ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ । ଆବଶ୍ୟକ ସଂଖ୍ୟା ନଥିବା ସତ୍ତ୍ୱେ ୩/୪ ଜଣଙ୍କ ନାଁ ସ୍ଥିର ହୋଇଛି । ଏନେଇ ଦଳ ହାଇକମାଣ୍ଡଙ୍କ ସହ ଆଲୋଚନା କରିବ । ଦଳ ଭିତରୁ କିମ୍ବା ବାହାରୁ ବି କାହାକୁ ଜଣଙ୍କୁ ପ୍ରାର୍ଥୀ କରାଯାଇପାରେ । ସୂଚନାଯୋଗ୍ୟ, ଗତକାଲି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ରିଟଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଛନ୍ତି ନିର୍ବାଚନ କମିଶନ । ଓଡିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନର ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲ ମାସରେ ୧୦ ରାଜ୍ୟର ୩୭ଟି ଆସନ ଖାଲି ହେଉଛି । ସେଥି ପାଇଁ ରାଜ୍ୟସଭା ନିର୍ବାଚନ ନେଇ ବିଧିବଦ୍ଧ ଭାବେ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପ୍ରସଙ୍ଗରେ ଗତକାଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ ଚତୁର୍ଥ ଆସନ ଆମେ ଜିତିବୁ । କିଏ ପ୍ରାର୍ଥୀ ହେବ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ । ଜିତିବାର ରଣକୌଶଳ ଆମକୁ ଜଣା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking