25.1 C
Bhubaneswar
Sunday, March 22, 2026
Homeଓଡିଶାଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ । ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଆତ୍ମାର ସଦଗତି କାମନା ସସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସେ କହିଛନ୍ତି ଯେ ଅଭିଜିତଙ୍କ ବିୟୋଗ ଓଡିଶା ସଙ୍ଗୀତଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ସୂଚନାଯୋଗ୍ୟ, ବିଖ୍ୟାତ ସଂଗୀତକାର ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଆଉ ନାହାନ୍ତି । ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ୫୪ ବର୍ଷ ବୟସରେ ଅଭିଜିତ୍‌ଙ୍କ ଦେହାନ୍ତ ହୋଇଛଇ। ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍‌ ।

ପରଲୋକରେ ଅଭିଜିତ୍‌ ମଜୁମଦାର

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking