ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ । ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର ମଧୁସୂଦନ ପାଢୀ । ସେ ଆହୁରି କହିଛନ୍ତି ଯେ ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାପାଳଙ୍କ ସହ ବୈଠକ ହୋଇଛି । ସବଡିଭିଜନ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି ।










