22.1 C
Bhubaneswar
Wednesday, March 4, 2026
Homeଓଡିଶାକଟକ ଅଭିମୁଖେ ଅଭିଜିତଙ୍କ ପାର୍ଥିବ ଶରୀର

କଟକ ଅଭିମୁଖେ ଅଭିଜିତଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ଭୁବନେଶ୍ୱରର ଏମ୍ସରୁ ବାହାରିଲା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ପାର୍ଥିବ ଶରୀର । କଟକ ସ୍ଥିତ ବାସଭବନ ଅଭିମୁଖେ ଅଭିଜିତଙ୍କ ପାର୍ଥିବ ଶରୀର । ପୁରୀ ସ୍ୱର୍ଗଦ୍ୱାରରେ ହେବ ଅଭିଜିତ୍‌ଙ୍କ ଅନ୍ତିମ ସଂସ୍କାର । ଆଜି ସାକାଳେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଆରପାରିକୁ ଚାଲି ଯାଇଛନ୍ତି ଅଭିଜିତ ।  ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍‌ । ନିକଟରେ ହସ୍ପିଟାଲରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ । ଗତ କାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଭୁବନେଶ୍ୱରର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

ଅଭିଜିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking