25.1 C
Bhubaneswar
Friday, March 13, 2026
Homeଓଡିଶାକଟକରେ ପହଞ୍ଚିଲା ଅଭିଜିତଙ୍କ ପାର୍ଥିବ ଶରୀର

କଟକରେ ପହଞ୍ଚିଲା ଅଭିଜିତଙ୍କ ପାର୍ଥିବ ଶରୀର

କଟକ: କଟକରେ ପହଞ୍ଚିଲା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ପାର୍ଥିବ ଶରୀର । ଭୁବନେଶ୍ୱରରୁ ସିଧା କଟକ ନିଯାଇଛି । ଆଜି ସାକାଳେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଆରପାରିକୁ ଚାଲି ଯାଇଛନ୍ତି ଅଭିଜିତ ।  ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ ଅଭିଜିତ୍‌ । ନିକଟରେ ହସ୍ପିଟାଲରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ । ଗତ କାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଭୁବନେଶ୍ୱରର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଅଭିଜିତଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking