23.1 C
Bhubaneswar
Monday, February 2, 2026
Homeଓଡିଶାଆସନ୍ତାକାଲି ଓଡିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଆସନ୍ତାକାଲି ଓଡିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର: ଆସନ୍ତାକାଲି ଓଡିଶା ବନ୍ଦ ଡାକରା । ନବନିର୍ମାଣ କୃଷକ ସଂଘଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସମର୍ଥନ କରିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ରାଜ୍ୟବ୍ୟାପୀ ଧାନ କିଣାରେ ଅବ୍ୟବସ୍ଥା, ଯାନବାହାନର ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ , ବିଜୁଳି ଟାରିଫକୁ ନେଇ ଟାଟା ପାୱାରର ମନମାନି , ଏବଂ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଉଚ୍ଛେଦ ବିରୋଧରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନ ହୋଇ ଆସୁଛି । ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସମସ୍ୟା ସମ୍ବଳିତ ସମସ୍ୟାଗୁଡିକୁ ନେଇ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଥିବାରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ଏହାକୁ ସମର୍ଥନ କରିବା ପାଇଁ ନିଷ୍ପତ୍ତି ନେଇଛି । ରାଜ୍ୟର ସମସ୍ତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବନ୍ଦ ।ଳନକୁ ସମର୍ଥନ ଜଣାଇବା ପାଇଁ ପିସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇ ଥିବା ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking