17.1 C
Bhubaneswar
Monday, February 2, 2026
Homeଓଡିଶାଅଜିତ ପାୱାରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଅଜିତ ପାୱାରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ମହାରାଷ୍ଟ୍ରରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ଆକାଳ ବିୟୋଗ ଖବର ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ । ଶ୍ରୀ ପାୱାର ଜଣେ ପ୍ରତିଷ୍ଠିତ ରାଜନେତା ଏବଂ ଜଣେ ଉତ୍ସର୍ଗୀକୃତ ସରକାରୀ ସେବକ ଥିଲେ । ଏହି ଗଭୀର ଦୁଃଖର ମୁହୂର୍ତ୍ତରେ ମୁଁ ଶୋକସନ୍ତପ୍ତ ପରିବାର, ସହକର୍ମୀ ଏବଂ ମହାରଷ୍ଟ୍ରର ଜନସାଧାରଣଙ୍କ ପ୍ରତି ମୋର ସମବେଦନା ପ୍ରକାଶ କରୁଛି । ମୁଁ ମହାପ୍ରଭୂ ଶ୍ରୀ ଜଗନ୍ନାଥ ଜୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ସ୍ୱର୍ଗତଃ ଆତ୍ମାକୁ ତାଙ୍କ ପାଦରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ । ସୂଚନାଥାଉକି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି । ବିମାନ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ବାରାମତୀ ବିମାନବନ୍ଦରରେ ୮ଟା ୪୫ ମିନିଟ୍‌ରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ । ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି ।

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ମୃତ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking