23.1 C
Bhubaneswar
Monday, February 2, 2026
Homeଓଡିଶାଅଜିତ ପାୱାରଙ୍କ ବିୟୋଗରେ ନବୀନଙ୍କ ଶୋକ

ଅଜିତ ପାୱାରଙ୍କ ବିୟୋଗରେ ନବୀନଙ୍କ ଶୋକ

ଭୁବନେଶ୍ୱର: ଅଜିତ ପାୱାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନିଜ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରବା ସହିତ ଏହିଟଣା ଶୁଣି ମୁଁ ସ୍ତବ୍ଧ କହିଛନ୍ତି ନବୀନ। ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଆତ୍ମାକୁ ସଦଗତି ମିଳୁ ବୋଲି ପ୍ରାର୍ଥନା କରିଛନ୍ତି  ନବୀନ । ସୂଚନାଥାଉକି, ବାରାମତିରେ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ ଘଟିଛି ।ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଇଥିଲେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା। କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଲା। ଏହା ଯୋଗୁଁ ପାଇଲଟ୍ ନିୟନ୍ତ୍ରଣ ହରାଇଲେ ଏବଂ ବିମାନଟି ଦୁର୍ଘଟଣାଗ୍ରସ୍ତ ହେଲା।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking