24.1 C
Bhubaneswar
Saturday, March 28, 2026
Homeଓଡିଶାପରଲୋକରେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ସତ୍ୟନାରାୟଣ ପୋଢ

ପରଲୋକରେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ସତ୍ୟନାରାୟଣ ପୋଢ

ବରଗଡ: ଆଖି ବୁଜିଲେ ବରଗଡ ଧନୁଯାତ୍ରାର ନନ୍ଦରାଜା ଅଭିନେତା । ବରଗଡ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରିଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି । ଆଜି ଭୋରରୁ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ସତ୍ୟାନାରାୟଣ ପୋଢ । ପରେ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ନନ୍ଦରାଜାଙ୍କ ଦେହାନ୍ତ ଖବର ଧନୁଯାତ୍ରା କଳାକାର ଜଗତରେ ତଥା ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ସୂଚନାଥାଉକି, ସତ୍ୟନାରାୟଣ ପୋଢଙ୍କ ବାପା ବାସୁଦେବ ପୋଢ ବରଗଡ ଧନୁଯାତ୍ରାରେ ନନ୍ଦରାଜ ଭୂମିକାରେ ଅଭିନୟ କରୁଥିଲେ । ତାଙ୍କ ବାପାଙ୍କ ମୃତ୍ୟୁ ପରେ ଦୀର୍ଘ ୨୦ ବର୍ଷ ହେବ ସତ୍ୟନାରାୟଣ ପୋଢ ଧନୁଯାତ୍ରାରେ ଏହି ଅଭିନୟକୁ ତୁଲାଇ ଆସୁଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking