23.1 C
Bhubaneswar
Monday, February 2, 2026
Homeଓଡିଶାସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ନେଇ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳା...

ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ନେଇ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଆୟୋଜିତ

ଭୁବନେଶ୍ବର: ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ନେଇ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳାର ଆୟୋଜନ କରାଯାଇଛି । ରାଜ୍ୟର ସମସ୍ତ ୨୩୦ ଗୋଟି ସରାକରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଏହି କର୍ମଶାଳାରେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀମତୀ ନିୟତୀ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ବିନୀତା ସେନାପତି, ଭୁବନେଶ୍ବର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀମତୀ ସୁସ୍ମିତା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସସ୍ମିତା ମାଳି, ଉପନିର୍ଦ୍ଦେଶକ ଶ୍ରୀଯୁକ୍ତ ଜିତେନ୍ଦ୍ର ନାୟକ, ରାଜଧାନୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ ସରୋଜକାନ୍ତ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ କହିଛନ୍ତି, ଜାତୀୟ ଶିକ୍ଷା ନୀତି ୨୦୨୦ ରେ ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ବ ଦିଆଯାଇଛି । ଏହାକୁ ଆଧାର କରି ଆଜିର କର୍ମଶାଳା ଧନ୍ଦାମୂଳକ ଶିକ୍ଷାର ଅଧ୍ୟକ୍ଷମାନଙ୍କୁ ସଶକ୍ତ କରିବ ଏବଂ ଏହି କର୍ମଶାଳା ପରସ୍ପର ମଧ୍ୟରେ ସମନ୍ବୟକୁ ସୁଦୃଢ଼ କରିବ । ଏହି କର୍ମଶାଳା ସମସ୍ୟା ଓ ସମାଧାନ ଉପରେ ଗୁରୁତ୍ବାରୋପ କରିବ । ସେହିପରି ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସେନାପତି କହିଛନ୍ତି ଯେ ଧନ୍ଦାମୂଳକ ଶିକ୍ଷା ଛାତ୍ରଛାତ୍ରୀମାନଙ୍କୁ ଆତ୍ମନିର୍ଭରଶୀଳ କରିବ । ଛାତ୍ରଛାତ୍ରୀମାନଙ୍କର ଯେଉଁ କ୍ଷେତ୍ର ପ୍ରତି ଆଗ୍ରହ ସେହି କ୍ଷେତ୍ରରେ ସେମାନଙ୍କୁ ଅଧିକ ପ୍ରେରିତ କରିବା ନିମନ୍ତେ ଅଧ୍ୟକ୍ଷମାନଙ୍କୁ ଉପଦେଶ ଦେଇଥିଲେ ।

ରାଜଧାନୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଚୌଧୁରୀ କହିଛନ୍ତି ଯେ ଧନ୍ଦାମୂଳକ ଶିକ୍ଷାକୁ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚାଇବାକୁ ହେଲେ ଶିକ୍ଷାନୁଷ୍ଠାନକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି । ଧନ୍ଦାମୂଳକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ଛାତ୍ରଛାତ୍ରୀମାନଙ୍କୁ ଆତ୍ମନିର୍ଭରଶୀଳ କରିପାରିଲେ ହିଁ ବିକଶିତ ଭାରତର ଲକ୍ଷ୍ୟ ହାସଲ୍ କରିପାରିବା ବୋଲି ସେ ମତ ପ୍ରକାଶ କରିଛନ୍ତି । କାର୍ଯ୍ୟକ୍ରମରେ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ମାଳି ମଞ୍ଚ ପରିଚାଳନା କରିଥିବା ବେଳେ ଉପନିର୍ଦ୍ଦେଶକ ଶ୍ରୀଯୁକ୍ତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଏକ ଦିବସୀୟ କର୍ମଶାଳାରେ ଧନ୍ଦାମୂଳକ ଶିକ୍ଷାର ଗୁରୁତ୍ବ, ପରୀକ୍ଷା ପରିଚାଳନା, ଏକାଡେମିକ୍ ବ୍ୟବସ୍ଥା, ସାମ୍ସ ପୋର୍ଟାଲ୍ ପରିଚାଳନା, କ୍ୟାରିୟର ମାର୍ଗଦର୍ଶନ ଆଦି ସମ୍ପର୍କରେ ଆଲୋଚନା କରାଯାଇଛି । କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅତିଥି ଭାବେ ସମ୍ବଲରପର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ପବିତ୍ର ମୋହନ ସାହୁ, ବ୍ରହ୍ମପୁର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ଜଗନ୍ନାଥ ଧାରୁଆ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସ୍ନିଗ୍ଧା ମିଶ୍ର, ଉପନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍ ବିଜୟଲକ୍ଷ୍ମୀ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking