ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି । ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ସହ ୩୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ । ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର୍ ହେବେ ନିୟୋଜିତ । ୩ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତକୁ ଶୃଙ୍ଖଳିତ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଥବା ଏସପି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଏହି ଗସ୍ତକାଳରେ ସେ ରାଇରଙ୍ଗପୁର ଅର୍ଥାତ୍ ଜନ୍ମମାଟିକୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି । ତେବେ ଏହି ଗସ୍ତ ସମୟରେ ଅନେକ ପ୍ରକଳ୍ପର ଲୋକାର୍ପିତ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ୨ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ । ପରେ ଲୋକଭବନରେ ରାତ୍ରୀଯାପନ କରିବେ । ୩ରେ ବାଲେଶ୍ୱରରେ ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ୪ ତାରିଖରେ ଯାଜପୁରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ ।










