ସମ୍ବଲପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ପରିତୟ ମିଳିପାମ୍ନାହିଁ । ପରମାଣପୁର ନୂଆମୁଣ୍ଡା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଯାଇଥିଲା । ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।










