ଭୁବନେଶ୍ୱର: ନୂଆ ରୂପ ପାଇବ ମିଶନ ଶକ୍ତି । ବଦଳିବ ଡ୍ରେସ କୋଡ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ କୋଡ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ ମିଳିବ । ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଏହି ମିଶନ ଶକ୍ତି ଯୋଜନା ହୋଇଛି । ଅନେକ ମହିଳା ଏହି ଯୋଜନାରେ ଉପକୃତ ହୋଇଛନ୍ତି ।










