ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଯେ ମହିଳାଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ ଆମ ସରକାରଙ୍କ ପ୍ରମୁଖ ସଙ୍କଳ୍ପ । କନ୍ୟା ବିବାହ ଯେପରି ସମସ୍ୟା ହୋଇ ରହିବନି, ଏହି ଯୋଜନା ମାଧ୍ୟମ ସାଜିବ । ଆମର ଏହି ପ୍ରୟାସ କେବଳ ଆର୍ଥିକ ସହାୟତା ମଧ୍ୟରେ ସୀମିତ ନୁହେଁ । ବରଂ ଏହା ସମାଜରୁ ଯୌତୁକ ଭଳି କୁପ୍ରଥାର ବିଲୋପ କରିବ । କନ୍ୟାଙ୍କ ପ୍ରତି ସମ୍ମାନଜନକ ଦୃଷ୍ଟିକୋଣ ସୃଷ୍ଟିରେ ବଡ ଭୂମିକା ଗ୍ରହଣ କରିବ । ଝିଅଙ୍କୁ ସମ୍ମାନ ଓ ସ୍ୱାଭିମାନର ସହ ନୂଆ ଜୀବନ ପ୍ରଦାନ ଆମର ଲକ୍ଷ୍ୟ ।










