ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଆସିପାରେ ଅନାସ୍ଥା । ଓମ ବିର୍ଲାଙ୍କ ବିରୋଧରେ ଆଗତ ହୋଇପାରେ ଅନାସ୍ଥା ପ୍ରସ୍ତାବ । ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଗତ କରିବା ନେଇ ବିଶେଷ ସୂତ୍ରରୁ ଜଣାପଡିଛି ।ବାଚସ୍ପତି ପକ୍ଷପାତ ବ୍ୟବହାର କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି । ସଂସଦ ଭବନ ପରିସରରେ ରାଜ୍ୟସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଇଣ୍ଡିଆ ବ୍ଲକ ଫ୍ଲୋର ନେତାମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ ।










