ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି- ୨୦୨୫ ରେଜଲ୍ଟ । ୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି ।ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩ ହଜାର ୯୫୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପେପର-୧ ଓ ପେପର-୨ରେ ମୋଟ ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି ।










