30.1 C
Bhubaneswar
Friday, February 13, 2026
Homeଓଡିଶାପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ । ୮୬ ବର୍ଷ ବୟସରେ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଚୌଦ୍ୱାରର ବିଧାୟକ ଥିଲେ । ଏବଂ ୧୯୮୮ରୁ ୧୯୯୪ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । କେନ୍ଦ୍ରରେ ରେଳ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ପି.ଭି ନରସିଂହ ରାଓଙ୍କ ସରକାରରେ ସେ କେନ୍ଦ୍ରମନ୍ତ୍ରୀ ଥିଲେ । କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ ଖବର ଶୁଣି ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking